ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା ମାଣ୍ଡୋସ

ଅବପାତରେ ପରିଣତ ହେଲା ଆଣ୍ଡାମାନ ସାଗରରରେ ସୃଷ୍ଟି ହୋଇଥିବା ଲଘୁଚାପ । ଏବେ ଏହା ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଗଭୀର ଅବପାତର ରୂପ ନେବ । ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ବାତ୍ୟାର ରୂପ ନେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ୮ ତାରିଖ ବେଳକୁ ତାମିଲନାଡୁ-ପୁଡୁଚେରୀ ତଥା ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳରେ ସ୍ଥଳଭାଗ ଛୁଇଁବ ।  କାଲି ନେବ ଗଭୀର ଅବପାତର ରୂପ ।

ଦକ୍ଷିଣ ଓଡ଼ିଶାର ୮ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା
ଓଡ଼ିଶାରେ ସିଧାସଳଖ ପ୍ରଭାବ ପଡ଼ିବାର କୌଣସି ଆଶଙ୍କା ନାହିଁ । ଦକ୍ଷିଣ ଓଡ଼ିଶାର ୮ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଜଳବାୟୁ ପରିବର୍ତ୍ତନର ବଡ ପ୍ରଭାବ ପଡୁଛି । ଡିସେମ୍ବର ଶେଷଯାଏଁ ହାଡଭଙ୍ଗା ଶୀତ ମଧ୍ୟ ନାହିଁ । ଗତକାଲି ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନିଭୂତ ହେଉଛି । ଆସନ୍ତା ୮ ତାରିଖ ମଧ୍ୟରେ ବାତ୍ୟାର ରୂପ ନେଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ତାମିଲନାଡୁ-ପୁଡୁଚେରୀ ତଥା ଦକ୍ଷିଣ ଆନ୍ଧ୍ରପ୍ରଦେଶରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି ।