କାର୍ଯ୍ୟରତ ସରପଞ୍ଚ ଓ ନାଏବ ସରପଞ୍ଚଙ୍କ ପାଇଁ ଛଅ ମାସର ସମ୍ମାନ ରାଶି ମଂଜୁର କଲେ ମୁଖ୍ୟମନ୍ତ୍ରୀ

ପ୍ରଦାନ କରାଯିବ ୫୬,୫୫,୭୨,୦୦୦ ଟଙ୍କା: ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି

ଭୁବନେଶ୍ବର, ୧୬/୧୦: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଗ୍ରାମ ପଞ୍ଚାୟତ ସ୍ତରରେ ନିର୍ବାଚିତ ଜନପ୍ରତିନିଧି ରୂପେ କାର୍ଯ୍ୟରତ ସରପଞ୍ଚ ଓ ନାଏବ ସରପଞ୍ଚଙ୍କ ପାଇଁ ଛଅ ମାସର ସମ୍ମାନ ରାଶି ମଂଜୁର କରିଛନ୍ତି | ଏଥିପାଇଁ ସମୁଦାୟ ୫୬ କୋଟି ୫୫ ଲକ୍ଷ ୭୨ ହଜାର ଟଙ୍କା ପ୍ରଦାନ ନିମନ୍ତେ ମଂଜୁର ହୋଇଛି |

ସୂଚନାଯୋଗ୍ୟ ଯେ, ପିଛିଲା ୦୧.୦୪.୨୦୨୬ ରୁ ୩୦.୦୯.୨୦୨୬ ପର୍ଯ୍ୟନ୍ତ, ୬ ମାସର ଏହି ସମ୍ମାନ ରାଶି ପ୍ରଦାନ କରାଯିବ | ସରପଞ୍ଚମାନେ ୧୦ ହଜାର ଟଙ୍କା ଓ ନାଏବ ସରପଞ୍ଚ ମାନେ ୪ ହଜାର ଟଙ୍କା ଲେଖାଏଁ ଏହି ସମ୍ମାନ ରାଶି ପାଇବେ |