ବିଧାନସଭା ମୌସୁମୀ ଅଧିବେଶନ, ଦୈନିକ ୬ ଘଣ୍ଟା ଚାଲିବ ଗୃହ

ଭୁବନେଶ୍ୱର: ବଜେଟ୍ ଅଧିବେଶନରେ ବିଧାନସଭାର ଦୈନିକ କାର୍ଯ୍ୟ ସମୟ ଆଉ ୧ଘଣ୍ଟା ବଢ଼ିଲା। ବିଧାନସଭା ଅଧିବେଶନ ୧୦ଟା ୩୦ରୁ ଆରମ୍ଭ ହୋଇ ଅପରାହ୍ନ ୧ଟା ୩୦ ପର୍ଯ୍ୟନ୍ତ ଚାଲିବ। ଏହାପରେ ଅପରାହ୍ନ ୪ଟାରୁ ସଂଧ୍ୟା ୭ଟା ପର୍ଯ୍ୟନ୍ତ ଗୃହ କାର୍ଯ୍ୟ ଚାଲିବ। ପୂର୍ବରୁ ଏହା ସଂଧ୍ୟା ୬ଟା ପର୍ଯ୍ୟନ୍ତ ଚାଲୁଥିଲା।

ସୂଚନା ଅନୁସାରେ, ଜୁଲାଇ ୨ରୁ ବିଧାନସଭା ବଜେଟ୍ ଅଧିବେଶନ ଆରମ୍ଭ ହେବ। ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସବୁ ଦଳର ନେତାମାନେ ଯୋଗ ଦେଇଥିଲେ । ବଜେଟ୍ ଅଧିବେଶନରେ ମୋଟ୍ ୨୪ଟି କାର୍ଯ୍ୟଦିବସ ରହିଛି।

ଅଧିବେଶନର ପ୍ରଥମ ଦିନରେ ୨୦୨୨-୨୩ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ ହେବ। ଜୁଲାଇ ୩୦ ତାରିଖରେ ବ୍ୟୟମଞ୍ଜୁରୀ ବିଲ୍ ଉପସ୍ଥାପନ ହେବ। ଏହି ଅଧିବେଶନ ଦୁଇଟି ପର୍ଯ୍ୟାୟରେ ହେବ। ପ୍ରଥମ ପର୍ଯ୍ୟାୟରେ ଜୁଲାଇ ୨ରୁ ୬ ତାରିଖ ଯାଏ ଗୃହ ଚାଲିବ। ଜୁଲାଇ ୭ରୁ ୧୩ ତାରିଖ ପର୍ଯ୍ୟନ୍ତ ଗୃହ ମୁଲତବୀ ରହିବ। ଜୁଲାଇ ୧୪ ତାରିଖରୁ ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ଆରମ୍ଭ ହୋଇ ଅଗଷ୍ଟ ୪ ତାରିଖ ଯାଏ ଚାଲିବ।