ଭୁବନେଶ୍ୱର, ୧୮/୧୦: ଶପଥ ନେଲେ ନବନିଯୁକ୍ତ ରାଜ୍ୟପାଳ ବ୍ରଜମୋହନ ରାମ। ପଦ ଓ ଗୋପନୀୟତାର ସହ ଶପଥ ପାଠ କରାଇଲେ ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ହରିଶ ଟଣ୍ଡନ। ଲୋକଭବନର ନୂତନ ଅଭିଷେକ ହଲରେ ଅନୁଷ୍ଠିତ ହୋଇଥିଲା ଶପଥ ଗ୍ରହଣ ଉତ୍ସବ। ଏହି ସମାରୋହରେ ଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ବହୁ ବରିଷ୍ଠ ନେତୃବୃନ୍ଦ।