ଭୁବନେଶ୍ୱର, ୧୯/୧୦: ବରିଷ୍ଠ ସାମ୍ବାଦିକ ବିଭୂତି ପତିଙ୍କର ହୃଦଘାତରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ବିଭୂତି ତାଙ୍କୁ ୫୪ ବର୍ଷ ବୟସ ହୋଇଥିଲା। ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ଏସସିବିରେ ଭର୍ତ୍ତି ହୋଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି। ବିଭିନ୍ନ ଗଣମାଧ୍ୟମ ପାଇଁ ରିପୋର୍ଟିଂ କରି ପ୍ରଶଂସା ସାଉଁଟିଥିଲେ।
ଶ୍ରୀଯୁକ୍ତ ପତିଙ୍କର ମୃତ୍ୟୁ ଖବର ଶୁଣି ଗଭୀର ଶୋକ ପ୍ରକାଶ କରିଛନ୍ତି ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ। ଧର୍ମେନ୍ଦ୍ର ପ୍ରଧାନ ତାଙ୍କ ଶୋକ ବାର୍ତ୍ତାରେ କହିଛନ୍ତି, “ଓଡ଼ିଶାର ବରିଷ୍ଠ ସାମ୍ବାଦିକ ବିଭୂତି ପତିଙ୍କ ଅକାଳ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ସାମ୍ବାଦିକତା କ୍ଷେତ୍ରରେ ତାଙ୍କର ଅବଦାନ ଚିର ସ୍ମରଣୀୟ ହୋଇରହିବ।” ତାଙ୍କ ଅମର ଆତ୍ମାର ସଦ୍ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି।