‘ଦୁର୍ନୀତି ନିବାରଣ ସଚେତନତା ସପ୍ତାହ’ ପାଳନ ଅବସରରେ ସୂଚନା ଓ ଲୋକସଂପର୍କ ବିଭାଗ କର୍ମଚାରୀଙ୍କ ଶପଥ ପାଠ
ଚଳିତ ବର୍ଷର ବିଷୟବସ୍ତୁ ‘ସାଧୁତାରୁ ସମୃଦ୍ଧି’
ଭୁବନେଶ୍ୱର, ୨୬/୧୦: ଦୁର୍ନୀତି ବିରୁଦ୍ଧରେ ସଚେନତା ସୃଷ୍ଟି ସହ ସରକାରୀ କାର୍ଯ୍ୟରେ ସ୍ୱଚ୍ଛତା ଆଣିବା ଲକ୍ଷ୍ୟରେ ଆଜିଠାରୁ ନଭେମ୍ବର ୧ ତାରିଖ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ‘ଦୁର୍ନୀତି ନିବାରଣ ସଚେତନତା ସପ୍ତାହ’ ପାଳନ କରାଯାଉଛି । ଚଳିତ ବର୍ଷର ବିଷୟବସ୍ତୁ ‘ସାଧୁତାରୁ ସମୃଦ୍ଧି’ ରହିଛି । ଏହି କ୍ରମରେ ଆଜି ସୂଚନା ଓ ଲୋକସଂପର୍କ ବିଭାଗର ଅଧିକାରୀ ଓ କର୍ମଚାରୀମାନେ ଦୁର୍ନୀତି ଓ ଅନ୍ୟାୟ ବିରୋଧରେ ସାମାଜିକ ପ୍ରତିବଦ୍ଧତାର ପ୍ରଦର୍ଶନ ନେଇ ଶପଥ ପାଠକରିଛନ୍ତି ।
ସାରା ରାଜ୍ୟରେ ‘ଦୁର୍ନୀତି ନିବାରଣ ସଚେତନତା ସପ୍ତାହ’ ପାଳନ ଉପଲକ୍ଷେ ଆଜି ସୂଚନା ଓ ଲୋକସଂପର୍କ ବିଭାଗଠାରେ ଆୟୋଜିତ ଏହି ଉତ୍ସବରେ ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ସଞ୍ଜୟ କୁମାର ବିଶ୍ୱାଳଙ୍କ ସମେତ ସମସ୍ତ ଅଧିକାରୀ ଓ କର୍ମଚାରୀ ଶପଥ ପାଠକରିଥିଲେ । ଆର୍ଥିକ, ରାଜନୈତିକ ଓ ସାମାଜିକ ପ୍ରଗତିରେ ଦୁର୍ନୀତି ଏକ ବଡ଼ ପ୍ରତିବନ୍ଧକ ହୋଇଥିବାରୁ ଅଧିକାରୀ ଓ କର୍ମଚାରୀମାନେ ନିଷ୍ଠାପର ଭାବେ ଆଇନ ଅନୁମୋଦିତ କାର୍ଯ୍ୟ କରିବେ ବୋଲି ଶପଥ ନେଇଥିଲେ । ନିଜ ଆଚରଣ ଓ କର୍ତ୍ତବ୍ୟ ସଂପାଦନରେ ସାଧୁତା ଅବଲମ୍ବନ ସହ ଦୁର୍ନୀତି ଓ ଲାଞ୍ଚ ଦେବା ଓ ନେବା ଭଳି ଅନ୍ୟାୟ ବିରୁଦ୍ଧରେ ସ୍ୱର ଉତ୍ତୋଳନ କରିବେ ବୋଲି ସମସ୍ତେ ସଂକଳ୍ପ ନେଇଥିଲେ ।
ଆଜିର ଏହି ଶପଥ ପାଠ ଉତ୍ସବରେ ସୂଚନା ଓ ଲୋକସଂପର୍କ ବିଭାଗର ଅତିରିକ୍ତ ଶାସନ ସଚିବ ଶ୍ରୀ ଅଶୋକ କୁମାର ବେହୁରିଆ, ଉପନିର୍ଦ୍ଦେଶକ ଶ୍ରୀ ଅଶ୍ୱିନୀ କୁମାର ଭୋଇ, ବିତ୍ତ ପରାମର୍ଶଦାତା ଶ୍ରୀମତୀ ନିର୍ଝରିଣୀ ସାମନ୍ତସିଂହରାୟ ଙ୍କସମତେ ସମସ୍ତ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ରହି ଶପଥ ପାଠକରିଥିଲେ ।