ଭୁବନେଶ୍ୱର, ୨୯/୧୦: ରାଜ୍ୟରେ ବାତ୍ୟା ପରେ ବନ୍ୟା ସ୍ଥିତି ଗମ୍ଭୀର ଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ପ୍ରବଳ ବର୍ଷା ପରେ ଭୂସ୍ଖଳନ ଯୋଗୁଁ ଅନେକ ଲୋକ ଜଳବନ୍ଦୀ ଭିତରେ ଅଛନ୍ତି ଓ ଅନେକ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡ଼ିଛି।
ଏ ସମୟରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହିତ କଥା ହୋଇଛନ୍ତି ଗୃହ ମନ୍ତ୍ରୀ ଅମିତ ଶାହ। ବାତ୍ୟା ‘ଅର୍ଣ୍ଣବ’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହୋଇଛନ୍ତି। ଓଡ଼ିଶା ସହ ଆନ୍ଧ୍ର, ପୁଡୁଚେରୀ, ଓ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ସହ ମଧ୍ୟ କଥା ହୋଇଛନ୍ତି ଅମିତ ଶାହ। ସମସ୍ତ ପ୍ରକାର ସହାୟତା ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେବା ସହ କ୍ଷୟକ୍ଷତିର ଆକଳନ ପାଇଁ ଖୁବ୍ ଶୀଘ୍ର କେନ୍ଦ୍ରୀୟ ଟିମ୍ ପଠାଯିବ ବୋଲି କହିଛନ୍ତି।