ରାଜ୍ୟରେ ସକ୍ରିୟ ମୌସୁମୀ, ୮ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ସମସ୍ତ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଥିବା ବେଳେ ୮ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ରାଜ୍ୟର ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡା, ସମ୍ବଲପୁର, ବରଗଡ, ନୂଆପଡା, ବଲାଙ୍ଗୀର ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏତଦ୍‌ବ୍ୟତୀତ ରାଜ୍ୟର ଅନ୍ୟ ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଏକ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି।