ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ଦୁଇ ଦିନିଆ ଦିଲ୍ଲୀ ଗସ୍ତ

ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ

ଭୁବନେଶ୍ୱର, ୦୨/୧୧: ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ଦୁଇ ଦିନିଆ ଦିଲ୍ଲୀ ଗସ୍ତ। ସନ୍ଧ୍ୟା ୬ଟାରେ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।ଭାରତ ରିନ୍ୟୁୱେବଲ ଏନେର୍ଜି ସମ୍ମିଳନୀରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ।

ଏହି ସମ୍ମିଳନୀରେ ଉପମୁଖ୍ୟମନ୍ତ୍ରୀ ତଥା ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ମଧ୍ୟ ଉପସ୍ଥିତ ରହିବେ। ଏଥି ସହ ବନ୍ୟା ସ୍ଥିତି ନେଇ କେନ୍ଦ୍ରୀୟ ନେତୃତ୍ୱଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ।