ଭୁବନେଶ୍ୱର, ୦୯/୧୧: ଆସନ୍ତା ୧୫ରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ। ଦୁଇଦିନିଆ ଗସ୍ତରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି। ୧୬ରେ ବିଧାୟକଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଯୋଗଦେବେ। ବିଧାନସଭାରେ ହେବାକୁ ଥିବା ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଯୋଗଦେବେ ଉପରାଷ୍ଟ୍ରପତି।
ସେହିପରି ୨୮ ତାରିଖରେ ଓଡ଼ିଶା ଆସିପାରନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ। ଶାହଙ୍କ ଗସ୍ତ କାର୍ଯ୍ୟକ୍ରମ ଥିବା ନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ବିଭିନ୍ନ ସରକାରୀ ଓ ଦଳୀୟ କାର୍ଯ୍ୟକ୍ରମରେ ଯୋଗଦେଇପାରନ୍ତି।