ବଙ୍ଗୋପସାଗରରେ ପୁଣି ଲଘୁଚାପ ସମ୍ଭାବନା

୧୩ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସମ୍ଭାବନା

ଭୁବନେଶ୍ୱର, ୧୦/୧୧: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ନଭେମ୍ବର ୧୧ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଏହା ପ୍ରଭାବରେ ନଭେମ୍ବର ୧୩ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ଆକଳନ କରାଯାଇଛି।

ଲଘୁଚାପ ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହୋଇ ନଭେମ୍ବର ୧୫ ତାରିଖ ବେଳକୁ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଅବପାତର ରୂପ ନେବାର ସମ୍ଭାବନା ରହିଛି। ତେବେ ଏହି ପାଣିପାଗ ପ୍ରଣାଳୀର ଗତିପଥ ଓ ତୀବ୍ରତା ଏବେ ସ୍ପଷ୍ଟ ହୋଇନାହିଁ। ଉତ୍ତର-ପଶ୍ଚିମ ଦିଗକୁ ଗତି କରି ପରବର୍ତ୍ତୀ ୨୪ ଘଣ୍ଟାରେ ସ୍ପଷ୍ଟ ଚିହ୍ନିତ ହେବ।