ପ୍ରଶ୍ନକାଳ ଆରମ୍ଭରୁ ହଟ୍ଟଗୋଳ; ରିପୋର୍ଟର ଟେବୁଲ ଉପରେ ତାରା

କୋଟିଆ ଓ ବାତ୍ୟା ପରିଚାଳନା ପ୍ରସଙ୍ଗରେ ବିରୋଧୀଙ୍କ ହଙ୍ଗାମା

ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ

ଭୁବନେଶ୍ୱର, ୧୮/୧୧: ବିଧାନସଭାର ଶୀତ ଅଧିବେଶନର ପ୍ରଥମ ଦିନରେ ଗୃହ ଅଚଳ। ପ୍ରଶ୍ନକାଳ ଆରମ୍ଭରୁ ଗୃହରେ ହଟ୍ଟଗୋଳ ଦେଖିବାକୁ ମିଳିଛି। କୋଟିଆ ପ୍ରସଙ୍ଗ ଏବଂ ବାତ୍ୟା ଓ ବନ୍ୟା ପରିଚାଳନାରେ ସରକାରଙ୍କ ବିଫଳତା ଅଭିଯୋଗ କରି ବିଜେଡି ଓ କଂଗ୍ରେସ ସଦସ୍ୟମାନେ ଗୃହରେ ନାରାବାଜି କରିଛନ୍ତି। ବିରୋଧୀ ସଦସ୍ୟମାନେ ପ୍ଲାକାର୍ଡ ଦେଖାଇ ସରକାରଙ୍କୁ ଘେରିବା ସହ ପ୍ରତିବାଦ ଜଣାଇଛନ୍ତି।

ବିରୋଧୀଙ୍କ ହଟ୍ଟଗୋଳ ଓ ନାରାବାଜି ମଧ୍ୟରେ ଗୃହରେ ପ୍ରଶ୍ନୋତ୍ତର କାର୍ଯ୍ୟ ଜାରି ରହିଥିଲା। ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ପ୍ରଶ୍ନର ଉତ୍ତର ରଖୁଥିବା ବେଳେ ଗୃହରେ ବିରୋଧୀଙ୍କ ପ୍ରତିବାଦ ଜାରି ରହିଥିଲା। ଏହି ସମୟରେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ରିପୋର୍ଟର ଟେବୁଲ ଉପରେ ଚଢ଼ି ପ୍ରତିବାଦ କରିଥିବା ଦେଖିବାକୁ ମିଳିଥିଲା। ଗୃହରେ ହଟ୍ଟଗୋଳ ଯୋଗୁଁ ବିଧାନସଭାକୁ ଅପରାହ୍ନ ୪ଟା ଯାଏଁ ମୁଲତବୀ ରଖାଯାଇଛି।