ଭୁବନେଶ୍ୱର, ୧୯/୧୧: ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ‘ଅକ୍ୱାନ୍’କୁ ଗୋପାଳପୁର ନିକଟରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି। ବିଶେଷ କରି ଗୋପାଳପୁରର ପୂର୍ବ ଦିଗରେ ଅତି ନିକଟରେ ଏହା ଲ୍ୟାଣ୍ଡଫଲ୍ କରିପାରେ। ଆସନ୍ତାକାଲି ଅର୍ଥାତ୍ ୨୦ ତାରିଖ ମଧ୍ୟାହ୍ନରେ ଲ୍ୟାଣ୍ଡଫଲ କରିପାରେ।
ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁସାରେ, ଏହି ସାମୁଦ୍ରିକ ଝଡ ଘଣ୍ଟାପ୍ରତି ୧୨ କିଲୋମିଟର ବେଗରେ ଉତ୍ତର ଦିଗକୁ ଗତି କରୁଛି। ଏହା ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ୧୪.୫ ଡିଗ୍ରୀ ଉତ୍ତର ଅକ୍ଷାଂଶ ଓ ୮୫.୩ ଡିଗ୍ରୀ ପୂର୍ବ ଦ୍ରାଘିମାରେ କେନ୍ଦ୍ରୀଭୂତ ଥିଲା। ସେହି ସମୟରେ ଏହା କଳିଙ୍ଗପାଟନମ୍ଠାରୁ ୪୪୦ କିଲୋମିଟର ଦକ୍ଷିଣ-ଦକ୍ଷିଣପୂର୍ବ, ଗୋପାଳପୁରଠାରୁ ୫୩୦ କିଲୋମିଟର ଦକ୍ଷିଣ ଏବଂ ପୁରୀଠାରୁ ୫୯୦ କିଲୋମିଟର ଦକ୍ଷିଣରେ ରହିଛି।