ବାତ୍ୟା ଆଲର୍ଟ: ୧୧ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା
ଶିଶୁ ବାଟିକାଠାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଶିକ୍ଷାନୁଷ୍ଠାନ ବନ୍ଦ
ଭୁବନେଶ୍ୱର, ୧୯/୧୧: ବାତ୍ୟା ଅକୱାନ ପ୍ରଭାବରେ ବର୍ଷା ଆଶଙ୍କା ଥିବାରୁ ରାଜ୍ୟର ୧୧ ଜିଲ୍ଲାରେ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା କରାଯାଇଛି।ଗଂଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, କନ୍ଧମାଳ, ମାଲକାନଗିରି, କୋରାପୁଟ ଓ ରାୟଗଡ଼ାରେ ସ୍କୁଲ୍ ଛୁଟି ଘୋଷଣା କରାଯାଇଛି।
ଖୋର୍ଦ୍ଧା, ନୟାଗଡ଼, ମାଲକାନଗିରି, ରାୟଗଡ଼ା ଓ କୋରାପୁଟରେ ୧୯ ଓ ୨୦ ତାରିଖରେ ସ୍କୁଲ ଛୁଟି ଘୋଷଣା କରାଯାଇଥିବା ବେଳେ ଅନ୍ୟ ୬ ଜିଲ୍ଲାରେ ୨୧ ତାରିଖ ଯାଏଁ ୩ ଦିନ ଶିକ୍ଷାନୁଷ୍ଠାନ ଛୁଟି ରହିବ।
ସମସ୍ତ ସ୍କୁଲ୍, କଲେଜ ସମେତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ।ଶିଶୁ ବାଟିକାଠାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ।