ଭୁବନେଶ୍ୱରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

କଟକ ଐତିହାସିକ ବାଲିଯାତ୍ରା ଉଦଘାଟନ କରିବେ

ଭୁବନେଶ୍ୱର, ୨୪/୧୧: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବା ପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭବ୍ୟ ସ୍ଵାଗତ କରାଯାଇଛି। ରାଜ୍ୟପାଳ ବ୍ରଜମୋହନ ରାମ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରମୁଖ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିଥିଲେ। ସେଠାରୁ ସେ ଲୋକ ଭବନ ଅଭିମୁଖେ ଯାଇଛନ୍ତି।

ଆଜି ପରାହ୍ଣରେ ଐତିହାସିକ କଟକ ବାଲିଯାତ୍ରା ଉଦ୍‌ଘାଟନ କରିବେ। ଆସନ୍ତା କାଲି ଅଭିନ୍ନଚନ୍ଦ୍ର ହୋମିଓପ୍ୟାଥି କଲେଜ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ।