ଭୁବନେଶ୍ବର: ଓଡ଼ିଶାରେ କୋଭିଡ୍ ଓମିକ୍ରନ୍ର ନୂଆ ଭାରିଏଣ୍ଟ ଚିହ୍ନଟ ହୋଇଥିବା ନେଇ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି। ବିଶ୍ବସ୍ତ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ଓଡ଼ିଶାରେ ଓମିକ୍ରନ୍ ଭାରିଆଣ୍ଟର ବିଏଫ୍.୭ ଚିହ୍ନଟ ହୋଇଥିବା ସୂଚନା ମିଳିଛି। ଗୁଜରାଟରେ ୨ ଜଣ ଏବଂ ଓଡ଼ିଶାରେ ଜଣେ ବ୍ୟକ୍ତି ଚିହ୍ନଟ ହୋଇଥିବା ନେଇ ଚର୍ଚ୍ଚା ହେଉଛି। ସୂଚନାଯୋଗ୍ୟ, ବିଏଫ୍.୭ ଭାରିଏଣ୍ଟ କିଛି ଦିନ ହେଲା ଚୀନ୍ରେ ଆତଙ୍କ ସୃଷ୍ଟି କରୁଛି।
ବିଦେଶରେ କୋଭିଡ ଉଗ୍ର ରୂପ ନେବା ପରେ ରାଜ୍ୟକୁ କେନ୍ଦ୍ର ସରକାର ଚିଠି ଲେଖିଛନ୍ତି। କେନ୍ଦ୍ରର ଚିଠି ପାଇଲା ପରେ ରାଜ୍ୟ ସରକାର ତତ୍ପରତା ଦେଖାଇଛନ୍ତି। ରାଜ୍ୟ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର କହିଛନ୍ତି ଯେ, ଲୋକଙ୍କ ଠାରେ କୋଭିଡ ଲକ୍ଷଣ ଦେଖାଯିବା ମାତ୍ରେ ଟେଷ୍ଟିଙ୍ଗ କରାଯିବ। ଏଥି ପାଇଁ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଅନୁରୋଧ କରିଛନ୍ତି। ଆକ୍ରାନ୍ତଙ୍କ ଜିନମ ସିକ୍ୟୁଏନସିଂ ହେବ। ଆମ ପାଖରେ ପର୍ଯ୍ୟପ୍ତ ପରିମାଣର ଜେନମ ସିକ୍ୟୁଏନସିଂ ଏବଂ ସର୍ଭିଲାନ୍ସ କରିବାକୁ ସୁବିଧା ଅଛି।