ଓଡ଼ିଶା ଗସ୍ତରେ ଥିବା ବିଜେପି ରାଷ୍ଟ୍ରୀୟ ସଭାପତି ଜେ.ପି.ନଡ୍ଡା ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି । ବିଭିନ୍ନ ପ୍ରସଙ୍ଗରେ ରାଜ୍ୟ ସରକାରକୁ ସମାଲୋଚନା କରିବା ସହ ଏପରି ସରକାର ରହିବା ଉଚିତ ନୁହେଁ ବୋଲି ସେ କହିଛନ୍ତି । ଓଡ଼ିଶାରେ କିଏ ସରକାର ଚଳାଉଛନ୍ତି ତାହା ଜଣାପଡ଼ୁନାହିଁ ବୋଲି ସେ କହିଛନ୍ତି ।
ତୁମୁଡ଼ିବନ୍ଧରେ ଆୟୋଜିତ ଏକ ଜନସଭାରେ ଉଦବୋଧନ ଦେଇ ସେ କହିଛନ୍ତି ଯେ ନବୀନ ସରକାର ଶୋଇ ରହିଥିବା ପରି ଲାଗୁଛି । ପ୍ରଭୁ ଜଗନ୍ନାଥର ରତ୍ନଭଣ୍ଡାର ସୁରକ୍ଷା କାହିଁକି କରାଯାଉନାହିଁ ଓ ଏହାର ଚାବି କୁଆଡେ ହଜିଗଲା ? ୪ ବର୍ଷରେ ଓଡ଼ିଶା ବିଶ୍ବବିଦ୍ୟାଳୟ ଖୋଲିବା କହିଥିଲେ, ତାହା କୁଆଡ଼େ ଗଲା ? ନୟାଗଡ଼ର ଚିନକଳ ଖୋଲିବା କଥା କହିଥିଲେ, କିନ୍ତୁ ତାହା ବି ହୋଇପାରିଲା ନାହିଁ । ଏହା କିପରି ଶୋଇରହିଥିବା ସରକାର ? କିଏ ସରକାର ଚଳାଉଛି ତାହା ଜଣାପଡୁନାହିଁ । ମହିଳା ବିରୋଧୀ ଅପରାଧରେ ଓଡ଼ିଶାରେ ଦ୍ବିଗୁଣ ହୋଇଗଲାଣି ।