୫ ଦିନ ରାଜ୍ୟରେପ୍ରବଳ ବର୍ଷିବ, ୨୪ ଘଣ୍ଟା ମଧ୍ୟରେ ୧୧ ଜିଲ୍ଲା ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଉପକୂଳ ଓଡ଼ିଶା ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳର ବାୟୁମଣ୍ଡଳ ଉପରେ ଏକ ଘୂର୍ଣ୍ଣିବଳୟ ସମୁଦ୍ର ପତନ ଠାରୁ ୩.୧ରୁ ୫.୮ କିଲୋମିଟର ଉଚ୍ଚତାରେ ସକ୍ରିୟ ରହଛି। ଏହା ଏହାର ପ୍ରଭାବରେ ତମାମ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସହ କାଳବୈଶାଖୀର ସମ୍ଭାବନା ରହିଛି । ଏନେଇ ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଜୁଲାଇ ୧ ତାରିଖ, ଶୁକ୍ରବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ଗଜପତି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କଟକ, ଢ଼େଙ୍କାନାଳ, ଅନୁଗୁଳ, ବୌଦ୍ଧ, କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ପ୍ରଭୃତି ୧୧ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏତଦ୍‌ବ୍ୟତୀତ ରାଜ୍ୟର ଅନ୍ୟ ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।