ଶିଖରଚଣ୍ଡୀ ମନ୍ଦିର ଉନ୍ନୟନ ମାଷ୍ଟରପ୍ଲାନକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ବର: ଶିଖରଚଣ୍ଡୀ ମନ୍ଦିର ଓ ଏହାର ପାରିପାର୍ଶ୍ବିକ ଅଞ୍ଚଳର ଉନ୍ନୟନ କରାଯାଇ ଏହାକୁ ଭୁବନେଶ୍ବର ସହରର ଅନ୍ୟତମ ଆକର୍ଷଣ କେନ୍ଦ୍ର ଭାବରେ ବିକଶିତ କରାଯିବ। ୫୩.୬୪ ଏକର ଅଞ୍ଚଳରେ ଏହି ଉନ୍ନତି କାର୍ଯ୍ୟ କରାଯିବ ଏବଂ ଏଥିପାଇଁ ୨୫ କୋଟି ଟଙ୍କା ଖର୍ଚ୍ଚ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ମାଷ୍ଟରପ୍ଲାନକୁ ଅନୁମୋଦନ ଦେଇଛନ୍ତି। ସୂଚନାଯୋଗ୍ୟ ଯେ ଗତ କିଛି ଦିନ ତଳେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୫-ଟି ସଚିବ ଭିକେ  ପାଣ୍ଡିଆନ ଶିଖରଚଣ୍ଡୀ ମନ୍ଦିର ପରିଦର୍ଶନ କରି ଏହାର ମାଷ୍ଟରପ୍ଲାନ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଉନ୍ନୟନ ଯୋଜନାକୁ ପରିବେଶ ଉପଯୋଗୀ କରିବାପାଇଁ ସେ ପରାମର୍ଶ ଦେଇଥିଲେ।