ମହାରାଷ୍ଟ୍ର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଏକନାଥ ସିନ୍ଧେ

ମୁମ୍ବାଇ : ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ଏକନାଥ ସିନ୍ଦେ । ରାଜ୍ୟପାଳ ଭଗତ ସିଂ କୋସିୟାରି ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି । ଏକନାଥ ବାଲା ସାହେବ ଠାକରେଙ୍କ ନାମ ନେଇ ଶପଥ ନେଇଥିଲେ ।

ସେହିପରି ବିଜେପି ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବୀସ ମହାରାଷ୍ଟ୍ରର ଉପ-ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ।