ଜାନୁଆରି ୭ରେ ଭୁବନେଶ୍ୱର ଆସିବେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ବର: ଚଳିତ ମାସ ୭ ତାରିଖରେ ଏମ୍‌ସ ଭୁବନେଶ୍ୱରର ୪ର୍ଥ ବାର୍ଷିକ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାରକଲ୍ୟାଣ ଏବଂ ସାର ଓ ରସାୟନ ମନ୍ତ୍ରୀ ଡ. ମନସୁଖ ମାଣ୍ଡଭେୟ ଯୋଗଦେବେ। ଏଥିସହିତ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ରାଷ୍ଟମନ୍ତ୍ରୀ ଡ. ଭାରତୀ ପ୍ରବୀଣ ପାୱାର ମଧ୍ୟ ଏହି କାର୍ଯ୍ୟକ୍ରମରେ ଅତିଥିଭାବେ ଯୋଗଦେବା ନେଇ ଆଜି ଏମ୍‌ସ ଭୁବନେଶ୍ବର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ପ୍ରଫେସର(ଡ) ଆଶୁତୋଷ ବିଶ୍ବାସ ପ୍ରକାଶ କରିଛନ୍ତି।