୨୦୨୪ ଅକ୍ଟୋବର ପୂର୍ବରୁ ତାଳଚେର ସାର କାରଖାନା କାମ ଶେଷ ହେବ

କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର କେନ୍ଦ୍ର ରସାୟନ ଓ ସାର ମନ୍ତ୍ରୀ ମନସୁଖ ମାଣ୍ଡଭିୟଙ୍କ ସହ ଅନୁଗୋଳ ଜିଲ୍ଲା ଗସ୍ତ କରି ତାଳଚେର ସାର କାରଖାନା ପରିଦର୍ଶନ କରିବା ସହ ପ୍ଲାଣ୍ଟର ଅଗ୍ରଗତି କାର୍ଯ୍ୟ ନେଇ ସମୀକ୍ଷା କରିଛନ୍ତି ।

ଭାରତର ପ୍ରଥମ କୋଇଲା ଗ୍ୟାସିଫିକେସନ ଆଧାରିତ ତାଳଚେର ସାର କାରଖାନା ୟୁରିଆ ଓ ସାର ଉତ୍ପାଦନରେ ଭାରତକୁ ଆତ୍ମନିର୍ଭର କରିବ ବୋଲି ଶ୍ରୀ ପ୍ରଧାନ ସମୀକ୍ଷା କରିବା ପରେ କହିଛନ୍ତି । ସେହିପରି ୨୦୨୪ ଅକ୍ଟୋବର ମାସ ପୂର୍ବରୁ ତାଳଚେର ଫର୍ଟିଲାଇଜର ପ୍ଲାଣ୍ଟ ନିର୍ମାଣ କାର୍ଯ୍ୟ ଶେଷ ହେବ ଓ ଏହାକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରାଯିବ  ବୋଲି ଶ୍ରୀ ମାଣ୍ଡଭିୟ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ।