ଅର୍ଚ୍ଚନା ମାମଲାରେ ଚାର୍ଜସିଟ ଦାଖଲ କଲା ଇଡି, ଅର୍ଚ୍ଚନାଙ୍କ ସମେତ ୪ ଅଭିଯୁକ୍ତଙ୍କ ନାମରେ ଚାର୍ଜସିଟ ଦାଖଲ

ବହୁଚର୍ଚ୍ଚିତ ଅର୍ଚ୍ଚନା ନାଗ ମାମଲାରେ ପ୍ରଥମ ପର୍ଯ୍ୟାୟ ଚାର୍ଜସିଟ ଆଜି ପ୍ରବର୍ତ୍ତନ ନିର୍ଦେଶାଳୟ(ଇଡି) ଦାଖଲ କରିଛି। ୨୪୦୦ ପୃଷ୍ଠା ସମ୍ବଳିତ ଏହି ଚାର୍ଜସିଟରେ ଅଭିଯୁକ୍ତ ଭାବେ ୪ ଜଣଙ୍କ ନାମ ରହିଛି | ଅର୍ଚ୍ଚନା ନାଗ, ଜଗବନ୍ଧୁ ଚାନ୍ଦ, ଖଗେଶ୍ବର ପାତ୍ର ଓ ଶ୍ରଦ୍ଧାଞ୍ଜଳି ବେହେରାଙ୍କ ନାମରେ ଚାର୍ଜସିଟ ଦାଖଲ କରାଯାଇଛି | ସେହିପରି ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗଙ୍କ ବିଳାସମୟ ଘରକୁ ମଧ୍ୟ ଇଡି ଆଟାଚ କରିଛି | ଏହି ଘରର ମୂଲ୍ୟ ୩.୪ କୋଟି ଟଙ୍କା ଆକଳନ କରାଯାଇଛି | କିଛିଦିନ ତଳେ ଇଡି ଉକ୍ତ କୋଠା ମାପଚୁପ କରିଥିଲା |