ଶତାଧିକ ହକିପ୍ରେମୀ ସାଇକେଲରେ ଆସି ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ

ସାରା ରାଜ୍ୟରେ ଏବେ ହକିର ମାହୋଲ। ପୁରପଲ୍ଲୀ, ସହର ବଜାର ସବୁଆଡେ ଏବେ ହକିକୁ ନେଇ ଚର୍ଚ୍ଚା। କଟକରୁ ସୁନ୍ଦରଗଡ଼, ସବୁଆଡେ ଉତ୍ସବ ଚାଲିଛି। ଏଥର ପ୍ରଥମ ଥର ପାଇଁ ହକିର ଏନ୍ତୁଡିଶାଳ ସୁନ୍ଦରଗଡ଼ରେ ହକି ବିଶ୍ବକପ୍‌ ଆୟୋଜନ କରାଯାଇଛି। ତା ସହିତ ରାଉରକେଲାରେ ହକି ଷ୍ଟାଡିୟମ ‘ବିର୍ସାମୁଣ୍ଡା ହକି ଷ୍ଟାଡିୟମ’ ମଧ୍ୟ ନିର୍ମିତ ହୋଇଛି। ସେଠାରେ ଖେଳାଯିବ ବିଶ୍ବକପ୍‌ର ଉଦ୍‌ଘାଟନୀ ମ୍ୟାଚ। ତେଣୁ ପୁରା ସୁନ୍ଦରଗଡ ଜିଲ୍ଲାରେ ବିପୁଳ ଉତ୍ସାହ ଦେଖାଦେଇଛି।

ରାଉରକେଲା ବିର୍ସାମୁଣ୍ଡା ହକି ଷ୍ଟାଡିୟମରେ ଚଳିତ ଥର ବିଶ୍ବକପ୍‌ର ଆୟୋଜନ କରାଯାଇଥିବାରୁ ସାରା ସୁନ୍ଦରଗଡ ଉତ୍ସବ ମୁଖର ହୋଇଉଠିଛି । ସମସ୍ତେ ବିଶେଷ କରି ଯୁବସମାଜ ମଧ୍ୟରେ ଦେଖାଦେଇଛି ଅପୂର୍ବ ଉତ୍ସାହ । ବିଶ୍ବକପ୍‌ ଆୟୋଜନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇବା ପାଇଁ ଆଜି ଶହ ଶହ ଯୁବକ ସାଇକେଲ ଯୋଗେ ଭୁବନେଶ୍ବର ଆସି ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ। ମୁଖ୍ୟମନ୍ତ୍ରୀ ସେମାନଙ୍କର ଏହି ଉଦ୍ୟମ ପାଇଁ ଧନ୍ୟବାଦ ଜଣାଇବା ସହ ରାଉରକେଲାରେ ବିଶ୍ବକପର ସଫଳତା ପାଇଁ ସମସ୍ତଙ୍କର ସହଯୋଗ କାମନା କରିଥିଲେ । ସେମାନଙ୍କ ସହିତ ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ଶ୍ରୀ ପ୍ରତାପ ଜେନା ଓ ରଘୁନାଥପଲ୍ଲୀ ବିଧାୟକ  ସୁବ୍ରତ ତରାଇ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ ।