୧୨ ଜିଲ୍ଲାରେ ପ୍ରବଳ ବର୍ଷିବ, ଜାରି ହେଲା ୟେଲୋଓ୍ଵାର୍ଣ୍ଣିଂ

ଭୁବନେଶ୍ୱର: ପ୍ରାୟ ୩ଦିନ ଧରି ସମଗ୍ର ରାଜ୍ୟର ବିଭିନ୍ନ ଅଞ୍ଚଳରେ ମୌସୁମୀ ବର୍ଷା ଲାଗିରହିଛି। ଏବଂ ଏପରି ବର୍ଷା ଆଗାମୀ ୫ ଦିନ ପର୍ଯ୍ୟନ୍ତ ଜାରି ରହିବ। ତେବେ, ଏହି ପରିପ୍ରେକ୍ଷୀରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ସମସ୍ତ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଥିବା ବେଳେ ୧୨ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।
ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ, ଦେବଗଡ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢ଼େଙ୍କାନାଳ, କଟକ, କୋରାପୁଟ, ନବରଙ୍ଗପୁର ଓ କଳାହାଣ୍ଡି ପ୍ରଭୃତି ୧୨ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏତଦ୍‌ବ୍ୟତୀତ ରାଜ୍ୟର ଅନ୍ୟ ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।