ବିଧାନସଭା ଅଧିବେଶନର ଭର୍ଚୁଆଲ ମୋଡକୁ ବିରୋଧ: ସର୍ବଦଳୀୟ ବୈଠକକୁ ବର୍ଜନ କଲା ବିଜେପି

ବିଧାନସଭା ଅଧିବେଶନର ଭର୍ଚୁଆଲ ମୋଡକୁ ସର୍ବଦଳୀୟ ବୈଠକରେ ବିଜେପି ବିରୋଧ କରିଛି। ଏହି କାରଣରୁ ସର୍ବଦଳୀୟ ବୈଠକକୁ ବର୍ଜନ କରିଛି ବିଜେପି। ଏନେଇ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର କହିଛନ୍ତି, ସମସ୍ତେ ଗୃହକୁ ଆସି ଭାଗ ନିଅନ୍ତୁ। ଆମେ ଏହା ଦାବି କଲୁ। ପାର୍ଲିଆମେଣ୍ଟ କିମ୍ବା ଅନ୍ୟ କୌଣସି ବିଧାନସଭାରେ ଭର୍ଚୁଆଲ ବ୍ୟବସ୍ଥା ନାହିଁ। ଓଡ଼ିଶା ବିଧାନସଭାରେ କାହିଁକି ସେଭଳି ବ୍ୟବସ୍ଥା ରହିବ?

ବିଧାନସଭାର ବଜେଟ ଅଧିବେଶନ ପୂର୍ବରୁ ସର୍ବଦଳୀୟ ବୈଠକ ଆରମ୍ଭ ହୋଇଥିଲା । ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ଅଧକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବିଜେଡି ପକ୍ଷରୁ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ,ବିଧାୟକ ପ୍ରଣବ ପ୍ରକାଶ ଦାସ ଓ ସରକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି ଯୋଗ ଦେଇଥିଲେ। ଏଣେ ବିଜେପି ତରଫରୁ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର, ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ ଓ କଂଗ୍ରେସ କଂଗ୍ରେସ ଦଳ ବିଧାୟକ ନେତା ନରସିଂହ ମିଶ୍ର ଉପସ୍ଥିତ ରହିଥିଲେ। ଏହାସହ ସିପିଆଇଏମ ବିଧାୟକ ଲକ୍ଷଣ ମୁଣ୍ଡା ମଧ୍ୟ ସର୍ବଦଳୀୟ ବୈଠକରେ ଉପସ୍ଥିତ ଥିଲେ।