ନିଲାମ ହେଲା ରାଜ୍ୟର ୨ ଖଣି: ୨,୨୫୦ କୋଟି ପୁଞ୍ଜିନିବେଶ ସମ୍ଭାବନା, ୨୦,୨୮୦ ଲୋକଙ୍କ ପାଇଁ ନିଯୁକ୍ତି ସୁଯୋଗ

କୋଇଲା ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶାର ଦୁଇଟି କୋଇଲା ଖଣି ନିଲାମ କରାଯାଇଛି। ଗତ ମାସ ୨୭ ତାରିଖ ଠାରୁ ଆରମ୍ଭ ହୋଇଥିବା ଇ-ନିଲାମୀର ଅଷ୍ଟମ ଦିନରେ ଏହି ଖଣି ଦୁଇଟି ନିଲାମ ହୋଇଛି । ଏଥିମଧ୍ୟରୁ ଗୋଟିଏ ସିଏମଏସପି କୋଇଲା ଖଣି ହୋଇଥିବା ବେଳେ ଆଉ ଗୋଟିଏ ଏମଏମଡିଆର କୋଇଲା ଖଣି।

୫୦୦ ନିୟୁତ ଟନ୍ ଖଣିଜ ସମ୍ପଦ ଗଚ୍ଛିତ ଥିବା ସାକ୍ଷୀଗୋପାଳ ବି କାଙ୍କିଲି କୋଇଲା ଖଣିକୁ ରୁଙ୍ଗଟା ସନ୍ସ ପ୍ରାଇଭେଟ୍ ଲିମିଟେଡ ନିଲାମ ନେଇଛି । ଏହା ବ୍ୟତୀତ ଗୁଜରାଟ ମିନେରାଲ ଡେଭଲପମେଣ୍ଟ କର୍ପୋରେସନ ଲିମିଟେଡ ୧,୧୫୨.୧୧ ନିୟୁତ ଟନ ଖଣିଜ ସମ୍ପଦ ଗଚ୍ଛିତ ଥିବା ବୈତରଣୀ ‘ୱେଷ୍ଟ’ ଖଣିରୁ ଉତ୍ତୋଳନ ଅଧିକାର ହାସଲ କରିଛି ।