୫ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷିବ

ଭୂଅବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ସେହିପରି ମୌସୁମୀ ଟ୍ରଫ୍‌ ଲାଇନ ବର୍ତ୍ତମାନ ପୂର୍ବ ଦିଗରୁ ଉତ୍ତର-ପୂର୍ବ ବଙ୍ଗୋପସାଗରକୁ ଦକ୍ଷିଣ ଝାଡ଼ଖଣ୍ଡ ଏବଂ ପଡ଼ୋଶୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ଦେଇ ଗତି କରୁଛି ଏବଂ ସମୁଦ୍ର ପତନଠାରୁ ୧.୫ କିଲୋମିଟର ଉଚ୍ଚତାରେ ବିସ୍ତାରିତ ହୋଇ ରହିଛି।

ଏହାର ପ୍ରଭାବରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ। ତେବେ, ଏହି ପରିପ୍ରେକ୍ଷୀରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ବର୍ଷାର ସମ୍ଭାବନା ରହିଥିବା ବେଳେ ରାଜ୍ୟର ୫ଟି ଜିଲ୍ଲାରେ ଅତିପ୍ରବଳ ବର୍ଷା ଏବଂ ୧୭ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଜୁଲାଇ ୪ ତାରିଖ, ସୋମବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର କେନ୍ଦୁଝର, ସୁନ୍ଦରଗଡ଼, ବରଗଡ଼, ସମ୍ବଲପୁର ଓ ବଲାଙ୍ଗୀର ଜିଲ୍ଲାରେ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି। ସେଥିପାଇଁ ଏହି ୫ଟି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।