ଖାଇ ସାରିବା ପରେ ମିଠା କାହିଁକି ଖାଇଥାନ୍ତି?

କଥାରେ ଅଛି ଖାଇବା ପରେ କିଛି ମିଠା ଖାଇବା କଥା । ତେବେ ଭୋଜନ ଶେଷରେ କାହିଁକି ମିଠା ଖାଇବା କଥା ।

ଧାର୍ମିକ ଶାସ୍ତ୍ର ଅନୁଯାୟୀ, ଘରେ ,ବାହାରେ, କୌଣସି ଧରଣିକା ଅନୁଷ୍ଠାନରେ କିମ୍ବା କୌଣସି ଭୋଜିରେ, ସବୁଠି ଭୋଜନର ଆରମ୍ଭ ରାଗ କିମ୍ବା ଲୁଣିରୁ ହୋଇଥାଏ । ଭୋଜନର ଶେଷରେ ମିଠା ଖିଆଯାଇଥାଏ ।

ବୈଜ୍ଞାନିକ କାରଣ ଅନୁସାରେ ରାଗ ଖାଇବା ଯୋଗୁଁ ଆମ ପେଟ ଭିତରେ ଥିବା ପାଚନ ତତ୍ୱ ଠିକ ଭାବରେ ସଂଚାଳନ ହୋଇଥାଏ। ଶେଷରେ ମିଠା ଖାଇବା ଯୋଗୁଁ ଅମ୍ଳର ତୀବ୍ରତା କମ ହୋଇଥାଏ। ଯାହା ଫଳରେ ଆମକୁ ଏସିଡ଼ିଟି ବା ଜ୍ବଳନ ହୋଇନଥାଏ ।
ଭୋଜନ ପରେ ଆମକୁ ଶୋଷ ହୋଇଥାଏ । ଆମେ ପାଣି ପିଇବାକୁ ଇଛା କରିଥାଉ। ତେବେ ଖାଇବାର ତୁରନ୍ତ ପରେ ପାଣି ପିଇବା ଅନୁଚିତ। କାରଣ ଏହା ଆମର ପାଚନ ଶକ୍ତି ଉପରେ ଖରାପ ପ୍ରଭାବ ପକାଇଥାଏ। ତେଣୁ ଖାଇବା ପରେ କିଛି ମିଠା ଖାଇଲେ ଖାଦ୍ୟ ମଧ୍ୟ ଭଲ ଭାବେ ହଜମ ହୋଇଥାଏ।