ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୪୫ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୪୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୩ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୦୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪୧ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୦୭୮୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ବାଲେଶ୍ୱର ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୩୮ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କଳାହାଣ୍ଡି ଜିଲ୍ଲାରୁ ୪ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୩୫ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୭ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୨ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୩ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୯ଜଣ, ଷ୍ଟେଟ ପୁଲ୍‌ରୁ ୨୮ଜଣ ରହିଛନ୍ତି ।