ବିଧାନସଭାରେ ବିଜେବି ଛାତ୍ରୀ ରୁଚିକା ଝଡ଼

ଭୁବନେଶ୍ବର: ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତି ଆତ୍ମହତ୍ୟା ପ୍ରସଙ୍ଗରେ ଗୃହରେ ବିବୃତ୍ତି ରଖିବାକୁ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କୁ ବାଚସ୍ପତି ବିକ୍ରମ କେଶରୀ ଆରୁଖ ନିର୍ଦ୍ଦେଶ ଦେଇଛନ୍ତି ।

ସୋମବାର ଗୃହକାର୍ଯ୍ୟ ଶେଷ ହେବା ପୂର୍ବରୁ ବିବୃତି ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ବାଚସ୍ପତି । ସେପଟେ ଉଭୟ ବିଜେପି ଓ କଂଗ୍ରେସ ଘଟଣାର ସିବିଆଇ ତଦନ୍ତ ଦାବି କରିଛନ୍ତି ।

ବିଧାନସଭା ଶୂନ୍ୟକାଳରେ ପୁଣି ଥରେ ଉଠିଥିଲା ରାଗିଂ କାରଣରୁ ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତି ଆତ୍ମହତ୍ୟା ପ୍ରସଙ୍ଗ । ସିବିଆଇ ତଦନ୍ତ ଦାବି କରିଛି ବିଜେପି । ପ୍ରସଙ୍ଗରେ ଗୃହରେ ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀଙ୍କ ବିବୃତି ।

ସେ କହିଲେ, ଏହା ଏକ ସ୍ପର୍ଶକାତର ବିଷୟ । ସରକାରଙ୍କର ଆଇନ ଶୃଙ୍ଖଳା ପରିସ୍ଥିତି ଏବଂ ଉଚ୍ଚଶିକ୍ଷା ବିଭାଗର ଅନୁଶାସନ ଉପରେ ଅଙ୍ଗୁଳି ଉଠାଇଛି । ଏଥିରେ ସମ୍ପୂର୍ଣ୍ଣ ଭାବେ ସରକାରଙ୍କ ଅପାରଗତା ସାମ୍ନାକୁ ଆସିଛି । ରାଜ୍ୟରେ ଶିକ୍ଷା ଅନୁଷ୍ଠାନ ମରଣଯନ୍ତା ପାଲଟିଛି ।