ଆମେ ଭିତରେ, ସିଏ ବାହାରେ: ଶ୍ରଦ୍ଧାଞ୍ଜଳିଙ୍କ ବିରୋଧରେ ବିଷ ଓଗାଳିଲେ ଅର୍ଚ୍ଚନା ନାଗ

ବହୁଚର୍ଚ୍ଚିତ ଅର୍ଚ୍ଚନା ନାଗ ବ୍ଲାକମେଲ ମାମଲା | ଅର୍ଚ୍ଚନା ନାଗ ଓ ସହଯୋଗୀ ଖଗେଶ୍ଵରଙ୍କୁ ଆଜି କୋର୍ଟରେ ହାଜର କରାଯାଇଛି | ତେବେ ଶ୍ରଦ୍ଧାଞ୍ଜଳି ବେହେରାଙ୍କୁ ଏଯାଏଁ କାହିଁକି ଗିରଫ କରାଯାଇନାହିଁ ବୋଲି ଅର୍ଚ୍ଚନା ପ୍ରଶ୍ନ କରିଛନ୍ତି | ଆଜି କୋର୍ଟରୁ ବାହାରିବାବେଳେ, ଲେଡ଼ି ବ୍ଲାକମେଲର ଅର୍ଚ୍ଚନା ନାଗ ବିସ୍ଫୋରକ ବୟାନ ଦେଇଛନ୍ତି | ସେ କହିଛନ୍ତି ଯେ କାହିଁକି ଏଯାଏଁ ବାହାରେ ବୁଲୁଛି ଶ୍ରଦ୍ଧାଞ୍ଜଳି | କାହା ଛତ୍ରଛାୟା ତଳେ ଶ୍ରଦ୍ଧାଞ୍ଜଳି ବେହେରା ଅଛନ୍ତି, ଯେଉଁଥିପାଇଁ ତାକୁ ଗିରଫ କରାଯାଉନି ବୋଲି ଅର୍ଚ୍ଚନା ପ୍ରଶ୍ନ କରିଛନ୍ତି |

ସେ କହିଛନ୍ତି ଯେ ଏହା ପଛରେ ଏକ ବଡ଼ ଶକ୍ତି କାମ କରୁଛି I ତାକୁ ଜାଣିଶୁଣି ଘଣ୍ଟ ଘୋଡାଇ ଚାଲିଛନ୍ତି I ଶ୍ରଦ୍ଧାଞ୍ଜଳିକୁ ହନିମୁନ ପ୍ୟାକେଜରେ ପଠାଯାଇଥିଲା | ଓଲଡ଼ ଟାଉନ ଅଞ୍ଚଳର ଜଣେ ପ୍ରଭାବଶାଳୀ ବ୍ୟକ୍ତି ସୌଭାଗ୍ୟ ମିଶ୍ର ନାମକ ଜଣେ ଲୁଗା ବ୍ୟବସାୟୀ ସହ ପଠାଯାଇଥିଲା | ଶ୍ରଦ୍ଧାଞ୍ଜଳି ନାଁରେ କୋର୍ଟ ଜାମିନ ବିହୀନ ଗିରଫ ପରୱାନା ଜାରି କରିଛନ୍ତି I ସେଥିପାଇଁ କୋର୍ଟଙ୍କୁ ମୁଁ ଧନ୍ୟବାଦ ଦେଉଛି ବୋଲି ଅର୍ଚ୍ଚନା କହିଛନ୍ତି |