ଯୁବ ମୋର୍ଚ୍ଚା କାର୍ଯ୍ୟକର୍ତ୍ତାଙ୍କୁ ଜାମିନ ମିଳିବା ପରେ କେନ୍ଦ୍ରମନ୍ତ୍ରୀ କହିଲେ- ଧର୍ମର ଜୟ ହୋଇଛି

ରାଜ୍ୟର ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ବିରୋଧରେ ପ୍ରତିବାଦ କରିବା ସମୟରେ ପୁଲିସ ଷଡଯନ୍ତ୍ରର ଶିକାର ହୋଇ ଜେଲ୍ ଯାଇଥିବା ଯୁବ ମୋର୍ଚ୍ଚା କାର୍ଯ୍ୟକର୍ତ୍ତାଙ୍କୁ ଜାମିନ ମିଳିବା ମାମଲାରେ ‘ସତ୍ୟମେବ ଜୟତେ, ଧର୍ମର ଜୟ’ ହୋଇଛି ବୋଲି ଟ୍ୱିଟ୍ କରି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ଯେ ବିଜେପି ଯୁବ ମୋର୍ଚ୍ଚାର କାର୍ଯ୍ୟକର୍ତ୍ତାମାନେ ଗତ ଫେବ୍ରୁଆରି ୨୮ ତାରିଖରେ ରାଜ୍ୟର ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ବିରୋଧରେ ପ୍ରତିବାଦ କରିବା ସମୟରେ ପୁଲିସ ଦ୍ୱାରା ଷଡଯନ୍ତ୍ରର ଶିକାର ହୋଇ ସେମାନଙ୍କୁ ଜେଲ୍ ଯିବାକୁ ପଡିଥିଲା। ଏହି ଘଟଣାକୁ ୫୦ ଦିନରୁ ଊର୍ଦ୍ଧ୍ୱ ହେଲାଣି।