୭ ତାରିଖ ବେଳକୁ ଲଘୁଚାପ, ୯ରେ ନେଇପାରେ ‘ବାତ୍ୟା’ର ରୂପ

ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ଆଶଙ୍କା ରହିଛି। ଏହା ୭ ତାରିଖ ବେଳକୁ  ଲଘୁଚାପ କ୍ଷେତ୍ରରେ ପରିଣତ ହୋଇପାରେ। ସାମ୍ଭାବ୍ୟ ବାତ୍ୟା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସାମ୍ବାଦିକ ସମ୍ମିଳନୀରେ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ଯେ, ଭାରତୀୟ ପାଣିପାଗ ବିଭାଗ ଆସନ୍ତା ୬ ତାରିଖରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ଆକଳନ କରିଛି।

ଏହି ଘୂର୍ଣ୍ଣିବଳୟ ୭ ତାରିଖ ବେଳକୁ ଲଘୁଚାପର ରୂପ ନେଇପାରେ। ଆଉ ୮ ତାରିଖକୁ ଏହା ଏକ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ୯ ତାରିଖରେ ବାତ୍ୟା ହେବା ନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।