୧୧ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଆଗାମୀ ୨୪ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ବର୍ଷାର ସମ୍ଭାବନା ରହିଥିବା ବେଳେ ରାଜ୍ୟର ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଏତଦ୍‌ବ୍ୟତୀତ ରାଜ୍ୟର ଅନ୍ୟ ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଏକ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି।