ବିମାନବନ୍ଦରରେ ସେଲଫି ଦେବା ପାଇଁ ପ୍ରଶଂସକଙ୍କୁ ଟଙ୍କା ମାଗିଲେ ଉର୍ଫି !

ମୁମ୍ବାଇ: ସବୁବେଳେ ନିଜ ପୋଷାକକୁ ନେଇ ଚର୍ଚ୍ଚାର ପରିସର ଭିତରକୁ ଆସିଥାନ୍ତି ବିଗ୍‌ବସ୍‌ ଫେମ୍‌ ତଥା ମଡେଲ୍‌ ଉର୍ଫି ଜାଭେଦ। ଅନେକ ଲୋକ ଉର୍ଫିଙ୍କୁ କ୍ରିଏଟିଭ୍ ବା ସୃଜନଶୀଳ ବୋଲି କହି ପ୍ରଶଂସା କରୁଥିବା ବେଳେ ଅନେକ ଲୋକ ତାଙ୍କର ସମାଲୋଚନା ବି କରନ୍ତି।

ଏପରିକି ଉର୍ଫି ନିଜ ପୋଷାକ ମାଧ୍ୟମରେ ସମାଜକୁ ଖରାପ ବାର୍ତ୍ତା ଦେଉଛନ୍ତି ବୋଲି ବି ଅଧିକାଂଶ ସମୟରେ ଅଭିଯୋଗ ହୋଇଛି। ନିଜ ପୋଷାକକୁ ନେଇ ସବୁବେଳେ ବିବାଦରେ ରହୁଥିବା ଉର୍ଫିଙ୍କ ସହ‌ ଗୋଟିଏ ଫଟୋ ଉଠାଇବାକୁ ଲୋକଙ୍କ ଭିଡ଼ ଦେଖିବାକୁ ମିଳେ। ହେଲେ ଏବେ ଗୋଟିଏ ସେଲଫି ଦେବା ପାଇଁ ଉର୍ଫି ଟଙ୍କା ମାଗିଥିବା ଜଣାପଡ଼ିଛି।