ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଆସନ୍ତାକାଲି  ଲଘୁଚାପ ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେବ । ପରେ ଏହା ଆହୁରି ଘନୀଭୂତ ହେବା ସହ ଉତର ଓ ଉତ୍ତର-ପଶ୍ଚିମ  ଦିଗରେ ଗତି କରି ଆସନ୍ତା ୧୦ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ସାମୁଦ୍ରିକ ଝଡର ରୂପ ନେଇପାରେ ବୋଲି ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ । ପରେ ୧୧ ତାରିଖାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ପହଞ୍ଚିବ ଏହି ସାମୁଦ୍ରିକ ଝଡ । ଏହାପରେ ଉତ୍ତର ଓ ଉତ୍ତର-ପୂର୍ବ ଦିଗରେ ଗତି କରିବ । ଏଭଳି ଭାବେ ବାଂଲାଦେଶ ଓ ମିଆଁମାର ଉପକୂଳ ମୁହାଁ ହେବ ବାତ୍ୟା । ଏନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ ।