ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୨୮ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୨୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୫୧ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୭୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୫୬ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୧୯୪୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ବାଲେଶ୍ୱର ଜିଲ୍ଲାରୁ ୨୨ଜଣ, ବରଗଡ଼ ଜିଲ୍ଲାରୁ ୪ଜଣ, ଭଦ୍ରକ ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୮୮ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୬ଜଣ, ଯାଜପୁର ଜିଲ୍ଲାରୁ ୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୮୩ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମାଲକାନଗିରି ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୮ଜମ, ନୟାଗଡ଼ ଜିଲ୍ଲାରୁ ୪ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୧୧ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୦ଜଣ, ଷ୍ଟେଟ ପୁଲ୍‌ରୁ ୪୩ଜଣ ରହିଛନ୍ତି ।