ଗ୍ରୀଷ୍ମ ପ୍ରବାହ ସତର୍କ ସୂଚନା: ଆଜିଠାରୁ ଓଡ଼ିଶାରେ ପାରଦ ୪୫ ଡିଗ୍ରି ଛୁଇଁବ, ୟେଲୋ ୱାର୍ଣ୍ଣିଂ ଜାରି
ଆଜି ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ସୋନପୁର ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଆସନ୍ତା ଦୁଇ ଦିନ ମଧ୍ୟରେ ଓଡିଶାର ଅଧିକାଂଶ ସ୍ଥାନରେ ୩ରୁ ୫ଡିଗ୍ରୀ ସେଲସିୟସ୍ ବୃଦ୍ଧି ପାଇବ
ଭୁବନେଶ୍ୱର : ଉତ୍ତର-ପଶ୍ଚିମ ଶୁଖିଲା ବାୟୁ ଏବଂ ଉଚ୍ଚ ସୌର ପ୍ରବାହ ପ୍ରଭାବରେ ଆସନ୍ତା ଦୁଇ ଦିନ ମଧ୍ୟରେ ଓଡ଼ିଶାର ଅଧିକାଂଶ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା (ଦିନର ତାପମାତ୍ରା) ୩ରୁ ୫ ଡିଗ୍ରୀ ସେଲସିୟସ ବୃଦ୍ଧି ପାଇବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତାପମାତ୍ରା ବୃଦ୍ଧିକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ସୁନ୍ଦରଗଡ଼ ଝାରସୁଗୁଡ଼ା, ସମ୍ବଲପୁର ଓ ସୋନପୁର ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆଜି ଏହି ସବୁ ଜିଲ୍ଲାରେ ପାରଦ ୪୫ ଡିଗ୍ରି ପର୍ୟ୍ୟନ୍ତ ଛୁଇଁବାର ସମ୍ଭାବନା ରହିଛି।