୧୧ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଦକ୍ଷିଣ ଓଡ଼ିଶା ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ଉତ୍ତର-ପଶ୍ଚିମ ଏବଂ ତତ୍‌ସଂଲଗ୍ନ ଅଞ୍ଚଳରେ ଅବସ୍ଥିତ ରହି ସମୁଦ୍ର ପତନ ଠାରୁ ୭.୬ କିଲୋମିଟର ଉଚ୍ଚତାରେ ଦକ୍ଷିଣ-ପଶ୍ଚିମ ଆଡକୁ ବିସ୍ତାରିତ ହୋଇ ରହିଛି। ଏହାର ପ୍ରଭାବରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ।

ଏହି ପରିପ୍ରେକ୍ଷୀରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ବର୍ଷାର ସମ୍ଭାବନା ରହିଥିବା ବେଳେ ରାଜ୍ୟର ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଖୋର୍ଦ୍ଧା, ପୁରୀ, ଗଂଜାମ, ଗଜପତି ଓ ନୂଆପଡ଼ା ପ୍ରଭୃତି ୧୧ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ସବୁ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।