ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବର୍ଷା ଓ ଘଡଘଡି ସମ୍ଭାବନା

୧୫ ଜିଲ୍ଲାକୁ ସତର୍କ ସୂଚନା ଜାରି କଲା ଆଇଏମଡି

ଉତ୍ତର ଉପକୂଳ ଓଡ଼ିଶାର କେତେ ଜିଲ୍ଲା ସହ ଆଉ କେତେକ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ବର : କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ ବଜ୍ରପାତ ସହ ବଜ୍ରପାତ ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଉପକୂଳ ଓଡ଼ିଶାର କିଛି ଜିଲ୍ଲା, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ଗଞ୍ଜାମ, ରାୟଗଡ଼ା, କୋରାପୁଟ, ଗଜପତି, ପୁରୀ, କଳାହାଣ୍ଡି, ନବରଙ୍ଗପୁର, ବୌଦ୍ଧ, ଅନୁଗୁଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି।