ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲା, ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଉପ କାରାଗାରରୁ ବାହାରିଲା

କଣ୍ଟାବାଞ୍ଜି : ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁକୁ ମିଳିଲା ଅନ୍ତରୀଣ ଜାମିନ । ଗୋବିନ୍ଦ ସାହୁକୁ ଗତ ୨୯ ତାରିଖରେ ଅନ୍ତରୀଣ ଜାମିନ୍‌ ପ୍ରଦାନ କରିଥିଲେ ହାଇକୋର୍ଟ । ଦୁଇ ସପ୍ତାହ ପାଇଁ ଏହି ଅନ୍ତରୀଣ ଜାମିନ ପ୍ରଦାନ କରାଯାଇଥିବା ଜଣାପଡ଼ିଥିବା ବେଳେ ପୁଅ ଏବଂ ପତ୍ନୀଙ୍କ ଅସୁସ୍ଥତା କାରଣରୁ ଏହି ଜାମିନ ଦେଇଛନ୍ତି ମାନ୍ୟବର କୋର୍ଟ ।

ପୂର୍ବରୁ ଫେବୃଆରୀ ୧୧ ତାରିଖରେ ମମିତା ମେହେର ହତ୍ୟା ଘଟଣାରେ ଚାର୍ଜସିଟ ଦାଖଲ କରିଥିଲା ବଲାଙ୍ଗୀର ପୋଲିସ । ବଙ୍ଗୋମୁଣ୍ଡା JMFC କୋର୍ଟରେ ଚାର୍ଜସିଟ ଦାଖଲ କରିଥିଲା ପୋଲିସ। ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଓ ରାଧେଶ୍ୟାମ ନାଁରେ ଚାର୍ଜସିଟ ଦାଖଲ ହୋଇଥିଲା । ୧୨୦ ଦିନ ପୂର୍ବରୁ ବଲାଙ୍ଗୀର ପୋଲିସ କୋର୍ଟରେ ଚାର୍ଜସିଟ ଦାଖଲ କରିଥିଲା । ୨ ହଜାର ପୃଷ୍ଠାର ଚାର୍ଜସିଟ ଦାଖଲ କରିଥିବା ସୂଚନା ମିଳିଥିଲା ।

କଳାହାଣ୍ଡି ସନସାଇନ୍ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ନିଖୋଜ ଘଟଣାର ମୋଷ୍ଟ ଓ୍ବାଣ୍ଟେଡ ଗୋବିନ୍ଦ ସାହୁ ଗିରଫ । ଫେରାର ଥିବା ଗୋବିନ୍ଦ ସାହୁଙ୍କୁ ସିନ୍ଧେକେଲା ଥାନା ବୁଢୀପଦର ଗାଁର ଏକ ଆଖୁ କିଆରୀରୁ ଗିରଫ କଲା ବଲାଙ୍ଗୀର ପୋଲିସ । ଟ୍ବିଟ୍ କରି ବଲାଙ୍ଗୀର ଏସପି ସୂଚନା ଦେଇଥିଲେ ।

ସୂଚନା ଅନୁସାରେ, କଳାହାଣ୍ଡି ସନସାଇନ୍ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ନିଖୋଜ ପରେ ମହାଲିଙ୍ଗ ସ୍ଥିତ ସରକାରୀ ସ୍କୁଲର ନିର୍ମାଣଧୀନ ଖେଳ ପଡିଆରୁ। ପ୍ରାୟ ୫ ଫୁଟ ମାଟି ତଳୁ ପୋଡା ହାଡ, ରୂପା ପାଉଁଜି, ଭ୍ୟାନିଟି ବ୍ୟାଗ ମିଳିଥିଲା । ସେ ସବୁ ମମିତାଙ୍କର ବୋଲି ପରିବାରଲୋକ ଚିହ୍ନଟ କରିଥିଲେ । ସ୍କୁଲ ଅଧ୍ୟକ୍ଷା ମମିତା ମେହେର ୨୦୨୧ ମସିହା ଅକ୍ଟୋବର ୮ ତାରିଖଠାରୁ ନିଖୋଜ ଥିଲେ । ପରିବାରଲୋକ ଉକ୍ତ ମାସ ୧୨ ତାରିଖରେ ବଲାଙ୍ଗୀର ଜିଲ୍ଲା ସିନ୍ଦକେଲା ଥାନାରେ ମାମଲା ରୁଜୁ କରିଥିଲେ ।

୧୪ ତାରିଖ ଦିନ ପୋଲିସ ସ୍କୁଲର ପରିଚାଳନା ସଭାପତି ଗୋବିନ୍ଦ ସାହୁଙ୍କୁ ଅଟକ ରଖିଥିଲା । ହେଲେ ହଠାତ ୧୬ ତାରିଖ ଗୋବିନ୍ଦ ସାହୁ ଟିଟିଲାଗଡ ପୋଲିସ ହେପାଜତରୁ ଫେରାର ପରେ ତନାଘନା ଆରମ୍ଭ ହୋଇଥିଲା । ଗତ ୧୮ ତାରିଖରେ ଖୋଦ ବଲାଙ୍ଗୀର ଓ କଳାହାଣ୍ଡି ଆରକ୍ଷୀ ଅଧିକ୍ଷକ ତଦନ୍ତ ଭାର ନେଇଥିଲେ । କଳାହାଣ୍ଡିରେ ତିନି ଗୋଟି ପୋଲିସ ଟିମ୍ ଚଢାଉ କରିଥିଲା । ମହାଲିଙ୍ଗ ସ୍ଥିତ ଖେଳ ପଡିଆର ରାତ୍ରୀ ଜଗୁଆଳି ଗୁପ୍ତେ ତାଣ୍ଡି ୧୨ ତାରିଖ ରାତିରେ ଖେଳ ପଡିଆରେ କିଛି କାମ ହୋଇଥିବା ସୂଚନା ଦେଇଥିଲେ । ତାଙ୍କ ସୂଚନା ଆଧାରରେ ଜେସିବି ଡ୍ରାଇଭର ପୁଷ୍କର ଭୋଇଙ୍କୁ ସିନ୍ଧେକେଲା ଥାନାରେ ଜେରା କରାଯାଇଥିଲା ।

ଜେସିବି ଡ୍ରାଇଭରଙ୍କ ବୟାନ ଆଧାରରେ ପୋଲିସ ଖେଳପଡିଆ ମାଟି ତଳୁ ମର୍ଡର ମିଷ୍ଟ୍ରିର ସନ୍ଧାନ ମିଳିଥିଲା । ଯଦିଓ ପୋଲିସ କୌଣସି ଅଧିକୃତ ବୟାନ ଜାରି କରିନାହିଁ । ବରଂ ଫେରାର ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କୁ ମୋଷ୍ଟ ଓ୍ବାଣ୍ଟେଡ ଘୋଷଣା କରି ଲକ୍ଷେ ଟଙ୍କା ପୁରସ୍କାର ରାଶି ଘୋଷଣା କରିଥିଲା । ସିନ୍ଧେକେଲା ଥାନା ବୁଢୀପଦର ଗାଁର ଏକ ଆଖୁ କିଆରୀରୁ ଗୋବିନ୍ଦକୁ ଗିରଫ କରିଥିଲା ବଲାଙ୍ଗୀର ପୋଲିସ ।

ହାଇକୋର୍ଟରୁ ଅନ୍ତରୀଣ ଜାମିନ ମିଲିବା ପରେ ଆଜି କଣ୍ଟାବାଞ୍ଜି ଏଡିଜେ କୋର୍ଟରେ ଗୋବିନ୍ଦ କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଗୋବିନ୍ଦ ଏବଂ ତାର ସହଯୋଗୀ କୋର୍ଟରେ ହାଜର କରାଯାଇଥିଲା । ଏଡିଜେ କୋର୍ଟ ହାଜର ହୋଇ ପୁଣି ଗୋବିନ୍ଦ କଣ୍ଟାବାଞ୍ଜି ଉପ କାରାଗାର କୁ ଯାଇ ବେଲ ବୋଡ ଦେଇ ଜେଲ ରୁ ବାହାରିଥିଲା। ଏନେଇ ଗୋବିନ୍ଦ ସାହୁ ପଚାରି ବାରୁ ମୁଁ କିଛି କହିପାରିବି ନାହିଁ ହାଇକୋର୍ଟ ନିର୍ଦ୍ଦେଶ ଅଛି କହିଥିଲା । ପରେ ଗୋବିନ୍ଦ ତାର ସମ୍ପର୍କୀୟ ସହ ଚାରୀ ଚକିଆ ଗାଡିରେ ଘର ଯାଇଥିଲା।