ରାଜ୍ୟରେ ଜୁଲାଇ ୧୨ ଯାଏଁ ପ୍ରବଳ ବର୍ଷା

ଭୁବନେଶ୍ୱର: ଆସନ୍ତା ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିବ । ୧୨ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ୧୨ ତାରିଖ ଯାଏ ଅନ୍ୟ ଜିଲ୍ଲାରେ ବି ଅଧିକ ବର୍ଷିବ । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏହି ପୂର୍ବାନୁମାନ ଦେଇଛି। ୯ ରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା, ବରଗଡ, ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର ଭଳି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ।

୧୦ ଓ ୧୧ରେ ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ ଓ ଢେଙ୍କାନାଳରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ୧୨ରେ ଗଜପତି, ଗଞ୍ଜାମ, ପୁରୀ, କନ୍ଧମାଳ, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

ଶୁକ୍ରବାର କୋରାପୁଟରେ ମିଲିମିଟର, ୭୨ ଯାଜପୁରରେ ୪୩ ମିମି, ମାଲକାନଗିରିରେ ୩୪.୮ମିମି, ଫୁଲବାଣୀରେ ୨୪, ଟିଟିଲାଗଡରେ ୨୦, ଢେଙ୍କାନାଳରେ ୨୧.୪, ନବରଙ୍ଗପୁରରେ ୧୩.୨ ମିମି ବର୍ଷା ହୋଇଛି ।