ଜୁନ୍ ୭ ସୁଦ୍ଧା ଲଘୁଚାପ ସମ୍ଭାବନା: ଆଇଏମଡି
ଆରବ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ
ଜୁନ୍ ୫ ତାରିଖ ବେଳକୁ ଦକ୍ଷିଣ ପୂର୍ବ ଆରବ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି
କଟକ : ଦକ୍ଷିଣ ପୂର୍ବ ଆରବ ସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ସୂଚନା ଦେଇଛି ଯେ ଜୁନ୍ ୫ ତାରିଖ ବେଳକୁ ଦକ୍ଷିଣ ପୂର୍ବ ଆରବ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଏହି ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇପାରେ ବୋଲି ଆଇଏମଡି ଭୁବନେଶ୍ବର ବୈଜ୍ଞାନିକ ଉମାଶଙ୍କର ଦାସ ଟୁଇଟ୍ କରି ସୂଚନା ଦେଇଛନ୍ତି।
ଗଜପତି, ଗଞ୍ଜାମ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ପୁରୀ, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ, ବୌଦ୍ଧ, କେନ୍ଦୁଝର, ରାୟଗଡ଼ା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି।