ବାହାନଗା ରେଳ ଦୁର୍ଘଟଣା ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ

ଉଚ୍ଚସ୍ତରୀୟ ବୈଠକରେ ଗୃହମନ୍ତ୍ରୀ ଅମିତ ଶାହ ମଧ୍ୟ ସାମିଲ, ଏନଡିଆରଏଫ୍ ଡିଜି ଏବଂ ବରିଷ୍ଠ ରେଳ ଅଧିକାରୀ ସାମିଲ

ଓଡିଶା ଆସି ପହଞ୍ଚିଛନ୍ତି ମମତା ବାନାର୍ଜୀ

ବାଲେଶ୍ୱର : ବାହାନଗା ରେଳ ଦୁର୍ଘଟଣା ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଉଚ୍ଚସ୍ତରୀୟ ବୈଠକରେ ଗୃହମନ୍ତ୍ରୀ ଅମିତ ଶାହ, ଏନଡିଆରଏଫ ଡିଜି ଏବଂ ବରିଷ୍ଠ ରେଳ ଅଧିକାରୀ ସାମିଲ ଅଛନ୍ତି।

ସେହିପରି ଓଡିଶା ଆସି ପହଞ୍ଚିଛନ୍ତି ମମତା ବାନାର୍ଜୀ। ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ଦୁର୍ଘଟଣା ସ୍ଥଳ ଆସି ପହଞ୍ଚିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ବାହାନଗା ରେଳ ଦୁର୍ଘଟଣାରେ ଚିକିତ୍ସିତ ହେଉଥିବା ସମସ୍ତ ଆହତଙ୍କୁ ବାଲେଶ୍ଵର ଡାକ୍ତରଖାନାରେ ଭେଟିବେ।