୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୭୬ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୭୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୩୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୩୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୬୯ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୩୫୦୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୯୩୫୦୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୦୨୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୮୧୨୯୮ଜଣ ସୁସ୍ଥ ହୋଇଛନ୍ତି ।