ମନ୍ତ୍ରିମଣ୍ଡଳରୁ ରୋହିତ ପୂଜାରୀ ବାଦ୍

ରୋହିତ ପୂଜାରୀଙ୍କୁ ଉଚ୍ଚଶିକ୍ଷା ମନ୍ତ୍ରୀ ପଦରୁ ହଟାଇବାକୁ ମୁଖ୍ୟମନ୍ତ୍ରୀ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ ସୁପାରିସ କରିଛନ୍ତି।

ଅତନୁ ସବ୍ୟସାଚୀଙ୍କୁ ଉଚ୍ଚଶିକ୍ଷା ବିଭାଗ ଦାୟିତ୍ୱ

ଭୁବନେଶ୍ବର : ରୋହିତ ପୂଜାରୀଙ୍କୁ ମନ୍ତ୍ରିମଣ୍ଡଳରୁ ବାଦ୍ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରୋହିତ ପୂଜାରୀଙ୍କୁ ଉଚ୍ଚଶିକ୍ଷା ମନ୍ତ୍ରୀ ପଦରୁ ହଟାଇବାକୁ ମୁଖ୍ୟମନ୍ତ୍ରୀ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ ସୁପାରିସ କରିଛନ୍ତି। ଏହା ସହ ଅତନୁ ସବ୍ୟସାଚୀ ନାୟକଙ୍କୁ ଓଡ଼ିଶାର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ସହ ଉଚ୍ଚଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି।
ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀଙ୍କ ବାର୍ଷିକ ସମୀକ୍ଷା ବୈଠକ ପରେ ସବୁ ବିଭାଗର ବାର୍ଷିକ ରିପୋର୍ଟ ତଦାରଖ କରିଥିଲେ। କିନ୍ତୁ ଉଚ୍ଚଶିକ୍ଷା ବିଭାଗର ପ୍ରଦର୍ଶନ ନୈରାଶ୍ୟଜନକ ଓ ନିମ୍ନସ୍ତରରେ ଥିବା ଦେଖିବାକୁ ମିଳିଥିଲା। ତେଣୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରୋହିତ ପୂଜାରୀଙ୍କୁ ଉଚ୍ଚଶିକ୍ଷା ମନ୍ତ୍ରୀ ପଦରୁ ହଟାଇ ଅତନୁ ସବ୍ୟସାଚୀ ନାୟକଙ୍କୁ ଅତିରିକ୍ତ ଉଚ୍ଚଶିକ୍ଷା ମନ୍ତ୍ରୀ ପଦରେ ନିଯୁକ୍ତ ଦେଇଛନ୍ତି।