ମୁକ୍ତା ଯୋଜନା: ୩ୟ ପର୍ଯ୍ୟାୟରେ ୨୨୫.୫୩ କୋଟି ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁକ୍ତା ଯୋଜନାରେ ୩ୟ ପର୍ଯ୍ୟାୟରେ ୧୦ଟି ଜିଲ୍ଲାକୁ ୟୁଏଲବି ପାଇଁ ୨୨୫.୫୩ କୋଟି ଟଙ୍କା ମଞ୍ଜୁର କରିଛନ୍ତି।
୩ଟି ପର୍ଯ୍ୟାୟରେ ମୋଟ ୮୩୩.୨୧ କୋଟି ଟଙ୍କା ମଞ୍ଜୁର
ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁକ୍ତା ଯୋଜନାରେ ୩ୟ ପର୍ଯ୍ୟାୟରେ ୧୦ଟି ଜିଲ୍ଲାକୁ ଅନ୍ତର୍ଭୁକ୍ତ କରୁଥିବା ୩୬ଟି ସହରାଞ୍ଚଳ ସ୍ଥାନୀୟ ସଂସ୍ଥା (ୟୁଏଲବି) ପାଇଁ ୨୨୫.୫୩ କୋଟି ଟଙ୍କା ମଞ୍ଜୁର କରିଛନ୍ତି।
ସୂଚନାଯୋଗ୍ୟ, ଢେଙ୍କାନାଳ, ଅନୁଗୁଳ, କେନ୍ଦୁଝର, ସମ୍ବଲପୁର, ସୁନ୍ଦରଗଡ଼, ବଲାଙ୍ଗୀର, ସୁବର୍ଣ୍ଣପୁର, ବରଗଡ଼, ଝାରସୁଗୁଡ଼ା ଓ ଦେବଗଡ଼ ଜିଲ୍ଲାରେ ଥିବା ୩୬ଟି ୟୁଏଲବି ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଏହି ଅର୍ଥ ମଞ୍ଜୁର କରିଛନ୍ତି। ଓଡ଼ିଶାର ୩୦ଟି ଜିଲ୍ଲାର ସମସ୍ତ ୧୧୫ଟି ୟୁଏଲବିକୁ ଅନ୍ତର୍ଭୁକ୍ତ କରି ମୁଖ୍ୟମନ୍ତ୍ରୀ ତିନୋଟି ପର୍ଯ୍ୟାୟରେ ମୋଟ ୮୩୩.୨୧ କୋଟି ଟଙ୍କା ମଞ୍ଜୁର କରିଛନ୍ତି।
ରାଜ୍ୟ ସରକାରଙ୍କ ପ୍ରମୁଖ ଯୋଜନା ମୁଖ୍ୟମନ୍ତ୍ରୀ କର୍ମ ତତ୍ପର ଅଭିଯାନ (ମୁକ୍ତା) ଯୋଜନା ଅଧିନରେ ସହରାଞ୍ଚଳ ଗରିବଙ୍କୁ ତୁରନ୍ତ ଓ ବ୍ୟାପକ ନିଯୁକ୍ତି ସୁଯୋଗ ଯୋଗାଇ ଦେଉଛି। ଏହା ପୂର୍ବରୁ ଜୁନ୍ ୧୬ ତାରିଖରେ ୫ଟି ସଚିବ ଶ୍ରୀ ଭିକେ ପାଣ୍ଡିଆନ୍ ମୁକ୍ତା ଅଧୀନରେ ବିଭିନ୍ନ ପ୍ରକଳ୍ପର ସଫଳ ରୂପାୟନ ସମ୍ପର୍କରେ ୩୬ଟି ୟୁଏଲବିର ଜନପ୍ରତିନିଧିଙ୍କ ସହ ଆଲୋଚନା କରିଥିଲେ।