ଦେଶବାସୀଙ୍କୁ ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଉପଲକ୍ଷେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଓ ଗୃହ ମନ୍ତ୍ରୀ ଶୁଭେଚ୍ଛା ଜଣାଇଛନ୍ତି
ନୂଆଦିଲ୍ଲୀ : ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଉପଲକ୍ଷେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ମଧ୍ୟ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଟ୍ୱିଟରରେ ଶୁଭେଚ୍ଛା ଜଣାଇ ଲେଖିଛନ୍ତି, “ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଉପଲକ୍ଷେ ମୁଁ ସମସ୍ତ ଦେଶବାସୀଙ୍କୁ ବିଶେଷକରି ମହାପ୍ରଭୁଙ୍କ ଭକ୍ତମାନଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଉଛି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି ଯେ, ଭକ୍ତି ଓ ସମର୍ପଣର ଏ ମହାପର୍ବ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି ଆଣିଦେଉ। ”
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ୱିଟ କରିଛନ୍ତି, “ସମସ୍ତଙ୍କୁ ରଥଯାତ୍ରାର ଶୁଭେଚ୍ଛା। ଏହି ପବିତ୍ର ରଥଯାତ୍ରା ଅବସରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦିବ୍ୟ ଯାତ୍ରା ଆମ ଜୀବନକୁ ସୁଖ, ସ୍ୱାସ୍ଥ୍ୟ ଓ ଆଧ୍ୟାତ୍ମିକ ସମୃଦ୍ଧିରେ ଭରି ଦେଉ।”
କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁଭେଚ୍ଛା ଜଣାଇ ଟ୍ୱିଟ କରିଛନ୍ତି, ପବିତ୍ର ରଥଯାତ୍ରା ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା । ମହାପ୍ରଭୁ ଜଗନ୍ନାଥଙ୍କୁ ପ୍ରଣାମ କରି ତାଙ୍କ ଆଶୀର୍ବାଦ ଓ ଆଶୀର୍ବାଦ କାମନା କରୁଛୁ। ଜୟ ଜଗନ୍ନାଥ”।
ସେହିପରି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଟ୍ୱିଟ କରିଛନ୍ତି, “ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ସନାତନ ସଂସ୍କୃତିର ଏକ ଅତ୍ୟନ୍ତ ପବିତ୍ର ପର୍ବ, ଯାହାକୁ ସାରା ଦେଶରେ କୋଟି କୋଟି ଶ୍ରଦ୍ଧାଳୁ ଅତ୍ୟନ୍ତ ଭକ୍ତିର ସହ ପାଳନ କରିଥାନ୍ତି। ସମସ୍ତଙ୍କୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାର ଶୁଭେଚ୍ଛା। ରଥଯାତ୍ରାର ଏହି ପର୍ବ ସମସ୍ତଙ୍କ ଜୀବନରେ ଶାନ୍ତି, ସୁଖ ଓ ସମୃଦ୍ଧି ଆଣିଦେଉ। ଜୟ ଜଗନ୍ନାଥ”।