କୋରାପୁଟରେ ଭୟଙ୍କର ଦୁର୍ଘଟଣା

କୋରାପୁଟ ଜିଲ୍ଲା ପଟ୍ଟାଙ୍ଗୀ ଥାନା ଅନ୍ତର୍ଗତ ୨୬ ନମ୍ବର ଜାତୀୟ ରାଜପଥରେ ଘଟିଛି ଭୟଙ୍କର ଦୁର୍ଘଟଣା

ଗୋଟିଏ ପରିବାରର ସମସ୍ତ ସଦସ୍ୟ ମୃତ

କୋରାପୁଟ: କୋରାପୁଟ ଜିଲ୍ଲା ପଟ୍ଟାଙ୍ଗୀ ଥାନା ଅନ୍ତର୍ଗତ ୨୬ ନମ୍ବର ଜାତୀୟ ରାଜପଥରେ ଘଟିଛି ଭୟଙ୍କର ଦୁର୍ଘଟଣା । ଏକ ଟ୍ୟାଙ୍କର ସହିତ କାର ଧକ୍କା ହେବା ଫଳରେ ଗୋଟିଏ ପରିବାରର ୩ ଜଣଙ୍କ ମୃତୁ୍ୟ ଘଟିଛି । କିନ୍ତୁ ମୃତକଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିପାରିନାହିଁ ।
ସୂଚନାନୁସାରେ, ଗୋଟିଏ ପରିବାର ଏକ କାର ଯୋଗେ ବୈପାରିଗୁଡାରୁ ବିଶାଖାପାଟଣା ଅଭିମୁଖେ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ୟାଙ୍କର ସହ ଧକ୍କା ହୋଇଥିଲା । ଫଳରେ ଘଟଣାସ୍ଥଳରେ ହିଁ ପରିବାରର ସମସ୍ତ ସଦସ୍ୟଙ୍କ ମୃତୁ୍ୟ ଘଟିଛି । ସ୍ଥାନୀୟ ବ୍ୟକ୍ତି ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଂଚି ମୃତଦେହ ଉଦ୍ଧାର କରିବା ସହ ଶବ ବ୍ୟବଚ୍ଛେଦ ପାଇଁ ଡାକ୍ତରଖାନାକୁ ପଠାଇଛି ।